ଅଭିନେତା ପିଣ୍ଟୁ ନନ୍ଦଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ |
ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ। ‘ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ’। ‘ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର, ଧାରାବାହିକରେ ଛାପ ଛାଡ଼ିଯାଇଛନ୍ତି’। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।
ପିଣ୍ଟୁଙ୍କ ବିୟୋଗରେ ସାରା ଓଡିଶା ମର୍ମାହତ । ଜଲିଉଡ୍ ଏବଂ ଓଲିଉଡରେ ଶୋକର ଛାୟା ଖେଳିଯାଇଛି । ତାଙ୍କର ଅଭିନୟ ଏବଂ ପରୋପକାରୀ ମନଭାବ ପାଇଁ ଆଜି ତାଙ୍କୁ ଝରୁଛନ୍ତି ଅନେକ କଳାକାର ।
ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ ପରେ ଛତିଶଗଡ ରାଜ୍ୟପାଳ ଶ୍ରୀ ବିଶ୍ଵଭୂଷଣ ହରିଚନ୍ଦନ ଅତ୍ୟନ୍ତ ମର୍ମାହତ ହେବା ସହିତ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଟ୍ୱିଟ୍ କରି ଲେଖିଛନ୍ତି, ଶ୍ରୀ ନନ୍ଦ ଓଡ଼ିଆ ଆଲବମରୁ ନିଜର ଅଭିନୟ ଜୀବନ ଆରମ୍ଭ କରି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ସୁନ୍ଦର ଅଭିନୟ କରିଥିଲେ । ତାଙ୍କର ସୁନ୍ଦର ଅଭିନୟ ପାଇଁ ସେ ଓଡ଼ିଶା ଚଳଚ୍ଚିତ୍ର ଜଗତରେ ସୁନାମ ଅର୍ଜନ କରିଥିଲେ । ତାଙ୍କର ଏହିପରି ଅକାଳ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ପାଇଁ ଏକ ଅପୂରଣୀୟ କ୍ଷତି ।