ଆଜିଠୁ ରାଜ୍ୟରେ ପ୍ରବଳ ଖରା

ଆଜିଠୁ ରାଜ୍ୟରେ ପ୍ରବଳ ଖରା । ରାଜ୍ୟରେ ଆସନ୍ତା ୨ ଦିନରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ସଂପୂର୍ଣ୍ଣ ଶୁଖିଲା ଓ ଖରାଟିଆ ରହିବ। ତାତିରେ ସିଝୁଛି ରାଜଧାନୀ। ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଗତକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ଖରା ହୋଇଥିଲା। ହେଲେ ଅପରାହ୍ଣରେ ସାମାନ୍ୟ ମେଘୁଆ ପାଗ ରାଜ୍ୟବାସୀଙ୍କୁ ଖରାରୁ ଆଶ୍ୱସ୍ତି ଦେଇଥିଲା। ଉପକୂଳ ଓଡ଼ିଶାର କିଛି ଅଞ୍ଚଳ ସମେତ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା ଆଦି ଜିଲ୍ଲାର କିଛି ଅଂଶରେ ହାଲୁକା ବର୍ଷା ହୋଇଥିବା ସୂଚନା ମିଳୁଛି ।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp