ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାର ଫଳାଫଳ

ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରାଯିବ। ମଧ୍ୟାହ୍ନ ୧୨ଟା ସୁଦ୍ଧା ବୋର୍ଡ ୱେବ୍ ସାଇଟରେ ରେଜଲ୍ଟ ଉପଲବ୍ଧ ହେବ।

ପରିକ୍ଷାର୍ଥୀମାନେ www. bseodisha.ac.in ସାଇଟରେ ନିଜ ରେଜଲ୍ଟ ପାଇପାରିବେ। ଏହାବାଦ SMS ମାଧ୍ୟମରେ ବି ପରୀକ୍ଷାର୍ଥୀମାନେ ଫଳାଫଳ ଜାଣିପାରିବେ। OR10 ଲେଖି ସ୍ପେଶ ଦେବାପରେ ନିଜ ରୋଲ୍ ନମ୍ବରକୁ ଟାଇପ କରି 5676750 ନମ୍ବରକୁ ପଠାଇ ସେମାନେ ରେଜଲ୍ଟ ଜାଣିପାରିବେ।

ପରୀକ୍ଷା ଫଳକୁ ନେଇ ଯଦି ପରୀକ୍ଷାର୍ଥୀଙ୍କର କିଛି ଆପତ୍ତି ଅଭିଯୋଗ ଥାଏ ତେବେ ଗୋଟିଏ ମାସ ମଧ୍ୟରେ ସେମାନେ ବୋର୍ଡ କର୍ତ୍ତୃପକ୍ଷଙ୍କୁ ଜଣାଇପାରିବେ। ସେଥିପାଇଁ ବୋର୍ଡ ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ନମ୍ବର ୦୬୭୧-୨୪୧୫୪୬୦ ଜାରି କରାଯାଇଛି

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp