ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ |

ଆଜି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୬ ତମ ତିରୋଧାନ ଦିବସ । ଏହି ଅବସରରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବା ସହ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି ।ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ। ୧୯୧୬ ମାର୍ଚ୍ଚ ୫ରୁ ୧୯୯୭ ଏପ୍ରିଲ ୧୭ ତାରିଖ ୮୧ ବର୍ଷର ଜୀବନ। ସମଗ୍ର ଜୀବନରେ ତାଙ୍କର ପ୍ରତିଟି ମୁହୂର୍ତ୍ତ ଥିଲା କର୍ମମୟ। ବିଜୁ ବାବୁଙ୍କ ୨୬ ତମ ତିରୋଧାନ ଦିବସକୁ ଅତି ନିରାଡ଼ମ୍ବର ଭାବରେ ପାଳନ କରୁଛି ବିଜେଡି ।

ଚଳିତ ବର୍ଷ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସକୁ ରାଜ୍ୟ ସ୍ତରରେ ଏବଂ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ କରାଯାଉଛି । ଆଜି ବିଜୁ ବାବୁଙ୍କ ସ୍ମୃତିରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ବିଜୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ, ସ୍ମୃତିସଭା, ରକ୍ତଦାନ ଶିବିର, ସମୁହ ଦୀପଦାନ ଆଦି କାର୍ଯ୍ୟକ୍ରମ ରହିଛି । ବିଜୁବାବୁଙ୍କ ସେବା, ତ୍ୟାଗ ଏବଂ ଉତ୍କଳୀୟ ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ ।

ଦାରିଦ୍ର୍ୟ ବିରୁଦ୍ଧରେ ନିରବଚ୍ଛିନ୍ନ ସଂଗ୍ରାମ ଜାରି ରଖିବା ସହିତ ଓଡ଼ିଶାର ସର୍ବାଙ୍ଗୀନ ବିକାଶ, କୃଷି କ୍ଷେତ୍ରର ଅଭିବୃଦ୍ଧି, ଶିଳ୍ପ ସମୃଦ୍ଧି, ଯୁବଶକ୍ତିର ସଦୁପଯୋଗ, ମହିଳା ସଶକ୍ତିକରଣ, ସାମାଜିକ ଏବଂ ଅର୍ଥନୈତିକ ପ୍ରଗତି, ଉତ୍କଳୀୟ ସ୍ୱାଭିମାନର ସୁରକ୍ଷା ପଥର ପୁରୋଧା ଥିଲେ ।

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ଭୁବନେଶ୍ୱର ବିନ୍ଦୁସାଗର କୂଳରେ ତିଳ ତର୍ପଣ ଅର୍ପଣ କରାଯାଉଛି। କାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶୋକ ପଣ୍ଡା, ଓଡିଶା ମୋ ପରିବାରର ଆବାହକ ଅରୂପ ପଟ୍ଟନାୟଜ, ଉତ୍ତର ବିଧାୟକ, ମଧ୍ୟ ବିଧାୟକ ଓ ସ୍ଥାନୀୟ କର୍ପୋରେଟରଙ୍କ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ଅଛନ୍ତି।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp