ଆଜି ୫ଟି ସ୍ଥାନରେ ଶୁଭାରମ୍ଭ ହେବ ବନ୍ଦେ ଭାରତ ରେଳ ସେବା ।

ଆଜି ୫ଟି ସ୍ଥାନରେ ଶୁଭାରମ୍ଭ ହେବ ବନ୍ଦେ ଭାରତ ରେଳ ସେବା ,ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟପ୍ରଦେଶ ଗସ୍ତରେ ଯାଇ ରାଣୀ କମଳାପତି ରେଳଷ୍ଟେସନରେ ପହଞ୍ଚି ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରାଇବେ । ଏହି ପାଞ୍ଚଟି ବନ୍ଦେ ଭାରତ ଟ୍ରେନ ହେଲା-ଭୋପାଳ(ରାଣୀ କମଳାପତି)-ଇନ୍ଦୋର ବନ୍ଦେ ଭାରତ ଏକ୍ସପ୍ରେସ, ଭୋପାଳ (ରାଣୀ କମଳାପତି)-ଜବଲପୁର ବନ୍ଦେ ଭାରତ ଏକ୍ସପ୍ରେସ, ରାଞ୍ଚି-ପାଟନା ବନ୍ଦେ ଭାରତ ଏକ୍ସପ୍ରେସ, ଧରୱାଡ-ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ ଏବଂ ଗୋଆ (ମାଡଗାଓଁ) ମୁମ୍ବାଇ ବନ୍ଦେ ଭାରତ ଏକ୍ସପ୍ରେସ । ଭୋପାଳ(ରାଣୀ କମଳାପତି) -ଇନ୍ଦୋର ବନ୍ଦେ ଭାରତ ଏକ୍ସପ୍ରେସ ମଧ୍ୟପ୍ରଦେଶର ଦୁଇ ନଗରୀ ମଧ୍ୟରେ ସହଜ ଓ ଦୃତ ଯାତ୍ରାର ସୁବିଧା କରିବା ସହ ସେ ଅଞ୍ଚଳରେ ସାଂସ୍କୃତିକ, ପର୍ଯ୍ୟଟନ ଓ ଧାର୍ମିକ ସ୍ଥଳୀ ସହ ସଂଯୋଗୀକରଣ ବୃଦ୍ଧି କରିବ ।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp