ଆସନ୍ତା ଦୁଇ ଦିନ ଯାଏ ବର୍ଷାରେ ଭିଜିବ ରାଜ୍ୟ
ଓଡିଶାରେ ସକ୍ରିୟ ରହିଛି ପଶ୍ଚିମା ଝଡ଼ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଦେଖିବାକୁ ମିଳୁଛି । ଆସନ୍ତା ଦୁଇ ଦିନ ଝଡ଼ ବର୍ଷା ହେବାର ସମ୍ଭାବନା ଅଛି । ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ । ଏସବୁ ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ଅଛି ।
ପାଖାପାଖି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ । ଆସନ୍ତାକାଲି ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ସତର୍କତା । ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼ ଜିଲ୍ଲାରେ ସର୍ବାଧିକ ୨୮ ମିଲିମିଟର, ଭବାନୀପାଟଣାରେ ୨୦ ମିଲିମିଟର, ଦାରିଙ୍ଗିବାଡ଼ିରେ ୧୨ ମିଲିମିୟର ବର୍ଷା ରେକର୍ଡ କରାଯାଇଛି । ଅନ୍ୟପଟେ ଆସନ୍ତା ୩୦ ତାରିଖରେ ଆଉ ଏକ ପଶ୍ଚିମା ଝଡ଼ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ପୁଣି ଥରେ ରାଜ୍ୟରେ ବର୍ଷା ହୋଇପାରେ ।
