ଆହୁରି ୩ ଦିନ ଜଳିବ ଓଡିଶା

ଡହଡହ ଖରା ଓ ପ୍ରଚଣ୍ଡ ତାତିରେ ଜଳୁଛି ସାରା ଓଡିଶା | ରାଜ୍ୟରେ ଆଉ ୩ ଦିନ ଗ୍ରୀଷ୍ମ ପ୍ରବାହ ଜାରି ରହିବ | ପଶ୍ଚିମ ଓଡ଼ିଶାରେ ପାରଦ ୪୫ ଡିଗ୍ରୀ ଉପରେ ରହିବ ବୋଲି ଆଶଙ୍କା କରାଯାଉଛି | ଉପକୂଳ ଓଡ଼ିଶାରେ ଖରା ସହିତ ହନ୍ତସନ୍ତ କରୁଛି ଗୁଳୁଗୁଳି। ଓଡ଼ିଶାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି | ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ଜନସାଧାରଣ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।ସେପଟେ କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେଉଥିଲେ ମଧ୍ୟ ତାତିରୁ ନିସ୍ତାର ମିଳୁନି। ଦିନରେ ତାତି ସହିତ ଅପରାହ୍ନରେ ଘଡ଼ଘଡ଼ି ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏହ ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp