ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା |

ଉତ୍କଳ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଦ୍ରପୌଦୀ ମୁର୍ମୁ ମଧ୍ୟ ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ସେ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି-ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଦେଇଛତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ପ୍ରମୁଖ ସୁଖ ସମୃଦ୍ଧି କାମନା କରି ଶୁଭେଚ୍ଛା ଜଣାଇଛନ୍ତି। ଏମାନେ ସମସ୍ତେ ଓଡିଆରେ ଟ୍ଵିଟ୍‌ କରି ଜଣାଇଛନ୍ତି ।ଓଡ଼ିଆରେ ଟ୍ଵିଟ୍‌ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା, ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ୍ ଇଞ୍ଜିନ ହେବାର ସାମର୍ଥ୍ୟ ବହନ କରେ। ମୁଁ ଓଡ଼ିଶାର ଭାଇ ଓ ଭଉଣୀ ମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp