ଟ୍ରେନ୍‌ ଟ୍ରାଜେଡିକୁ ନେଇ ସ୍ଥାନୀୟ ଲୋକ ଓ ପ୍ରଶାସନକୁ ଧନ୍ୟବାଦ ଜଣାଇଲେ ନବୀନ |

ବାହାନଗା ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ରେନ୍‌ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରି କହିଛନ୍ତି, ଏହା ଅତ୍ୟନ୍ତ ଦୁଃଖଦ ରେଳ ଦୁର୍ଘଟଣା । ଦୁର୍ଘଟଣା ବିଷୟରେ ଜାଣି ମୁଁ ମର୍ମାହତ । ସ୍ଥାନୀୟ ଲୋକ ଓ ପ୍ରଶାସନକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ।ବାହାନଗା ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ରେନ୍‌ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରି କହିଛନ୍ତି, ଏହା ଅତ୍ୟନ୍ତ ଦୁଃଖଦ ରେଳ ଦୁର୍ଘଟଣା । ଦୁର୍ଘଟଣା ବିଷୟରେ ଜାଣି ମୁଁ ମର୍ମାହତ । ସ୍ଥାନୀୟ ଲୋକ ଓ ପ୍ରଶାସନକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ । ଏହାପରେ ବାଲେଶ୍ବର ମେଡିକାଲରେ ପହଞ୍ଚି ଆହତଙ୍କ ଚିକିତ୍ସା କିପରି ଚାଲିଛି ତାର ସ୍ଥିତି ଅନୁଧ୍ୟାନ କରିଛନ୍ତି । ଚିକିତ୍ସାରେ ଯେମିତି କୌଣସି ଅଭାବ ନହୁଏ ସେନେଇ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ଏବଂ ଡାକ୍ତରୀ ଟିମ୍ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ।

ଯେଉଁମାନେ ଲୋକଙ୍କୁ ରକ୍ଷା କରିବା ପାଇଁ ରାତାରାତି କାର୍ଯ୍ୟ କରିଛନ୍ତି। ରେଳ ସୁରକ୍ଷାକୁ ସର୍ବଦା ପ୍ରଥମ ଗୁରୁତ୍ବ ଦିଆଯିବା ଉଚିତ୍ । ପୀଡ଼ିତ ଲୋକଙ୍କୁ ବାଲେଶ୍ବର ଏବଂ କଟକ ବଡ଼ ଡାକ୍ତରଖାନାକୁ ନେବାକୁ ପଡ଼ିବ ଯାହା ଦ୍ବାରା ସେମାନେ ଯଥାଶୀଘ୍ର ସୁସ୍ଥ ହୋଇଯିବେ ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ସହ ୫ଟି ସଚିବ ଭି କେ ପାଣ୍ଡିଆନ୍ ମଧ୍ୟ ଦୁର୍ଘଟଣାସ୍ଥଳକୁ ଯାଇଛନ୍ତି। ଏହାଛଡ଼ା କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ସେଠାରେ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀ ଘଟଣାର ସ୍ଥିତି ଅନୁଧ୍ୟାନ କରିଛନ୍ତି।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp