ଦିଗପହଣ୍ଡି ବସ୍ ଦୁର୍ଘଟଣାରେ ରାଷ୍ଟ୍ରପତି ଶୋକ ପ୍ରକାଶ |

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜର ଟୁଇଟରରେ ନିଜର ଶୋକବାର୍ତ୍ତରେ ଲେଖିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ବୋଲି ନିଜର ଶୋକବାର୍ତ୍ତରେ ଲେଖିଛନ୍ତି ରାଷ୍ଟ୍ରପତି ।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp