ପରିବାର ଲୋକଆଣିଲେ ଆଜେକ୍ସଙ୍କ ହତ୍ୟା ଅଭିଯୋଗ |

ସନ୍ଦେହଘେରରେ ଲୋକପ୍ରିୟ ଓଡ଼ିଆ ଡ଼ିଜେ ‘ଡିଜେ ଆଜେକ୍ସ’ ଓରଫ ଅକ୍ଷୟ କୁମାରଙ୍କ ମୃତ୍ୟୁ । ଗତକାଲି ସନ୍ଧ୍ୟାରେ ଏହି ଲୋକପ୍ରିୟ ‘ଡିଜେ ଆଜେକ୍ସ’ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ପରିବାର ଲୋକଙ୍କ ତରଫରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲ ନିଆଯାଇଥିବାବେଳେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଶେଷ ଥର ପାଇଁ ୬ଟା ୩୦ ସମୟରେ ଅକ୍ଷୟ କୁମାର ପରିବାର ଲୋକଙ୍କ ସହ କଥା ହୋଇଥିବା ଜଣାପଡ଼ିଛି । ତେବେ ତାଙ୍କ ମୃତ୍ୟୁକୁ ନେଇ ସନ୍ଦେହ ବଢ଼ୁଥିବାବେଳେ ଏହାର ପ୍ରକୃତ କାରଣ କଣ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଏସବୁ ଭିତରେ ଡ଼ିଜେ ଅକ୍ଷୟ କୁମାରଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠିଛି । ପରିବାର ଲୋକେ ଅକ୍ଷୟଙ୍କ ମୃତ୍ୟୁ ପଛରେ ହତ୍ୟା ଅଭିଯୋଗ ଆଣିଛନ୍ତି ।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp