ପେଟ୍ରୋଲ ଓ ଡିଜେଲ ଦରରେ ସାମାନ୍ୟ ବୃଦ୍ଧି |

ନିଜ ଗାଡି ଟାଙ୍କିରେ ତେଲ ପକାଇବା ପୂର୍ବରୁ ପ୍ରଥମେ ନଜର ପକାନ୍ତୁ କେତେ ରହିଛି ଆଜିର ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୫୪ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୫ ଟଙ୍କା ୦୯ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୫୮ ପଇସା ରହିଛି।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp