ପ୍ରଥମ ଥର ଗଡ଼ିଲା କରମଣ୍ଡଳ ଏକ୍ସପ୍ରେସ୍ ।
ନ୍ୟୁଜ୍ରାଜ୍ୟଦୁର୍ଘଟଣା ପରେ ପ୍ରଥମ ଥର ଗଡ଼ିଲା କରମଣ୍ଡଳ ଏକ୍ସପ୍ରେସ୍ । ୨୭୫ ଜଣଙ୍କ ଜୀବନ ନେଇ ଅପବାଦ ମୁଣ୍ଡାଇଥିବା କରମଣ୍ଡଳର ନୂଆ ଯାତ୍ରୀଙ୍କ ଭିତରେ ଏବେ ବି ଭୟ ରହିଛି । ସକାଳ ୯ଟାରେ ଅତିକ୍ରମ କରିଛି ଦୁର୍ଘଟଣା ସ୍ଥଳ । ବାହାନଗା ଟ୍ରେନ ଦୁର୍ଘଟଣା ପରେ କ୍ଷତିଗ୍ରସ୍ତ ହୋଇଥିବା ରେଳଲାଇନକୁ ମରାମତି କରାଯାଇଛି । ଟ୍ରାକ୍ ମରାମତି ପରେ ରାତିରେ ପ୍ରଥମେ ମାଲବାହୀ ଟ୍ରେନ୍ ଗଡ଼ିବା ପରେ ସକାଳେ ଗଡ଼ିଛି ଯାତ୍ରୀବାହି ଟ୍ରେନ୍ ।
ଗତକାଲି ରାତି ପ୍ରାୟ ୧୦ଟା ପରେ ଉଭୟ ଅପ୍ ଏବଂ ଡାଉନରେ ପରୀକ୍ଷାମୂଳକ ଭାବେ ମାଲଗାଡି ଚଳାଚଳ ଆରମ୍ଭ ହୋଇଥିଲା । ଦୁର୍ଘଟଣାସ୍ଥଳରେ ଧ୍ୱଂଶବିଧ୍ୱଂଶ ଅବସ୍ଥାରେ ପଡିରହିଥିବା ବଗିଗୁଡିକୁ ଟ୍ରାକରୁ ହଟାଇ ଦିଆଯାଇଛି । ଦୁର୍ଘଟଣା ପରେ ଶନିବାରଠୁ ଘଟଣାସ୍ଥଳରେ ରହି ସମସ୍ତ କାର୍ଯ୍ୟର ତଦାରଖ କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱୀନୀ ବୈଷ୍ଣବ । ଗଣମାଧ୍ୟମ ପ୍ରତିନିଧିଙ୍କୁ ପ୍ରତିକ୍ରିୟା ଦେଇ ଭାବବିହ୍ୱଳ ହୋଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଏବେ ବି ସରିନି ଉତରଦାୟିତ୍ୱ ।