ବଢିଛି ସୁନା ଦର

ବ୍ୟୁରୋ:ବିବାହ ଋତୁ ଆରମ୍ଭ ହୋଇସାରିଛି ହେଲେ ବଢିଯାଇଛି ସୁନାଦର । ଜୋରସୋରରେ ଗହଣା କିଣା ଚାଲିଛି । ଆନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟ ପରିବର୍ତ୍ତନ ଦେଖାଦେଇଛି । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୬ ହଜାର ୮୦୦ ଟଙ୍କା ଟଙ୍କା ରହିଛି ।ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୩୭୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୭୫୦ ଟଙ୍କା ଓ ୫୭, ୫୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୨,୭୫୦ ଟଙ୍କା ଓ ୫୭, ୫୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୯୦୦ ଟଙ୍କା ଓ ୫୭,୭୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୭୫୦ ଟଙ୍କା ଓ ୫୭, ୫୫୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି । ଆଜି କିଲୋଗ୍ରାମ ପ୍ରତି ରୁପା ଦର ୭୧,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp