ଭାରତ ଗସ୍ତରେ ଜାପାନ ପ୍ରଧାନମନ୍ତ୍ରୀ |

ଦୁଇ ଦିନିଆ ଭାରତ ଗସ୍ତରେ ଆସି ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିସିଦା ସୋମବାର ସକାଳେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି.କିଷନ ରେଡ୍ଡୀ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ଅନ୍ୟ ବରିଷ୍ଠ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଛନ୍ତି। ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା । କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ତାଙ୍କୁ ବିମାନ ବନ୍ଦରରେ ସ୍ୱାଗତ କରିଥିଲେ । ପ୍ରତିରକ୍ଷା, ବାଣିଜ୍ୟ, ପୁଞ୍ଜି ବିନିଯୋଗ ଏବଂ ଉଚ୍ଚ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଭାରତ ଏବଂ ଜାପାନ ମଧ୍ୟରେ ସହଯୋଗ ବୃଦ୍ଧି ଉପରେ ଆଲୋଚନା କରିବେ କିଶିଦା। ଏହା ସହ ଭାରତ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜି-୨୦ ଏବଂ ଜାପାନର ଅଧ୍ୟକ୍ଷତାରେ ହେବାକୁ ଥିବା ଜି୭ ବୈଠକ ନେଇ ଫୁମିଓ କିଶିଦା ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ମଧ୍ୟରେ ଆଲୋଚନା ହେବ।

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ସହିତ ଜାପାନ ପ୍ରଧାନମନ୍ତ୍ରୀ ଏକ ଥିଙ୍କ ଟ୍ୟାଙ୍କ ଇଭେଣ୍ଟରେ ମଧ୍ୟ ଯୋଗ ଦେବେ। ତେବେ ଚୀନ ସହ ଦୂରତା ସମୟରେ ଜାପାନ ସହ ଭାରତର ବନ୍ଧୁତାକୁ ନେଇ ଆଲୋଚନା ହେଉଛି । ଜାପାନ ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ବେଳେ ଏସିଆ ଅଞ୍ଚଳରେ ଚୀନର ପ୍ରଭାବ କ୍ଷୁଣ୍ଣ କରିବା ପାଇଁ ବିଧିବଦ୍ଧ ଆଲୋଚନା ହୋଇପାରେ ।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp