ରାଜ୍ୟ ମନ୍ତ୍ରୀମଣ୍ଡଳରେ ତିନି ନୂଆ ମନ୍ତ୍ରୀ : ଆଜି ନେବେ ଶପଥ

ଆଜି ହେବ ରାଜ୍ୟ ମନ୍ତ୍ରିମଣ୍ଡଳର ଅଦଳବଦଳ। ଶପଥ ନେବେ ତିନି ନୂଆ ମନ୍ତ୍ରୀ। ବିକ୍ରମ କେଶରୀ ଆରୁଖ, ସାରଦା ନାୟକ ଓ ସୁଦାମ ମାରାଣ୍ଡି ଆଜି ମନ୍ତ୍ରୀ ଭାବେ ଶପଥ ନେବେ। ତେବେ କିଏ କେଉଁ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ନେବେ ତାହା ଜଣାପଡ଼ିନି। ତିନି ଜଣ ଯାକ କ୍ୟାବିନେଟ ପାହ୍ୟା ପାଇବେ ବୋଲି ସୂଚନା ମିଳିଛି।
ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ କଲ୍ ଆସିବା ପରେ ବିକ୍ରମ ଆରୁଖ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିକଟରେ ମୁଁ କୃତଜ୍ଞ। ତେବେ ଯେଉଁ ବିଭାଗ ମିଳିବ ଆନ୍ତରିକତାର
ସହ ଦାୟିତ୍ୱ ତୁଲାଇବି।

ଗଞ୍ଜାମ ଜିଲ୍ଲାର ଟାଣୁଆ ନେତା ହେଉଛନ୍ତି ବିକ୍ରମ ଆରୁଖ। ଲଗାତାର ୬ ଥର ଭଞ୍ଜନଗରରୁ ନିର୍ବାଚିତ ହୋଇଛନ୍ତି। କଂଗ୍ରେସ ଗଡ଼ରେ ୧୯୯୫ ମସିହାରେ ବିଧାୟକ ଭାବେ ପ୍ରଥମ ଥର ପାଇଁ ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିଲେ। ଏହାପରେ ୨୦୦୦, ୨୦୦୪, ୨୦୦୯, ୨୦୧୪, ୨୦୧୯ ଏପରି ୬ ଥର ବିଧାୟକ ହୋଇଛନ୍ତି। ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ସଂଗଠନ ଦାୟିତ୍ୱରେ ମଧ୍ୟ ଥିଲେ ଆରୁଖ।

ସେହିପରି ସାରଦା ପ୍ରସାଦ ନାୟକ ହେଉଛନ୍ତି ପଶ୍ଚିମ ଓଡ଼ିଶାରେ ଏକ ଜଣାଶୁଣା ଚେହେରା। ଏବେ ସେ ରାଉରକେଲାରୁ ବିଧାୟକ ଅଛନ୍ତି। ୬୪ ବର୍ଷୀୟ ସାରଦା ୨୦୦୪ ମସିହାରେ ବିଜେଡି ଟିକେଟରୁ ପ୍ରଥମେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାପରେ ୨୦୦୯ ଓ ୨୦୧୯ ମସିହାରେ ରାଉରକେଲାରୁ ବିଜେଡି ଟିକେଟରେ ଲଢି ବିଜୟୀ ହୋଇଥିଲେ। ୨୦୦୯ରୁ ୨୦୧୨ ପର୍ଯ୍ୟନ୍ତ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ସାରଦା ନାୟକ। ସେ ପୂର୍ବରୁ ନଗର ଉନ୍ନୟନ ଓ ଯୋଗାଣ ବିଭାଗ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି।

ମୟୂରଭଂଜ ଜିଲ୍ଲାର ବିଜେଡି ସଭାପତି ଅଛନ୍ତି ସୁଦାମ ମାରାଣ୍ଡି। ସେ ୫ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବେଳେ ୨ ଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି। ୨ଥର ମନ୍ତ୍ରୀ ମଧ୍ୟ ହୋଇଛନ୍ତି। ପୂର୍ବରୁ ରାଜସ୍ୱ ଓ ପ୍ରଶମନ ବିଭାଗ ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳି ଥିଲେ ସୁଦାମ ମାରାଣ୍ଡି।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp