ରାଜ୍ୟ ସରକାରଙ୍କ ବଡ ଘୋଷଣା ଅପ୍ରେଲ ୨୧ ଜୁନ ୧୭ ଯାଏଁ ବିଦ୍ୟାଳୟ ବନ୍ଦ |

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରା ଛୁଟି ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପ୍ରେଲ ୨୧ ତାରିଖ ଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ରାଜ୍ୟସରକାର ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି।ଏହି ନିର୍ଦ୍ଦେଶ ଅନୁଯାୟୀ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। ଏହି ନିର୍ଦ୍ଦେଶ ଅନୁଯାୟୀ ପ୍ରଥମରୁ ଦଶମ ଶ୍ରେଣୀ ରାଜ୍ୟର କେତେକ ସହରର ତାପମାତ୍ରା ଦେଶର ସର୍ବାଧିକ ତାପମାତ୍ରା ରହୁଥିବା ସହରମାନଙ୍କ ତାଲିକାରେ ରହୁଛି । ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତିନେଇଛନ୍ତି |

ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି ଜୁନ ୧୭ରେ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ ଆବଶ୍ୟକ ପଡ଼ିଲେ ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି କହିଛନ୍ତି, ଅବସରକାଳୀନ ଶିକ୍ଷା ଦିଆଯାଇଛି । ସେଥିପାଇଁ ସିଲାବସ୍‌ କରାଯାଇଛି । ଛୁଟିରେ ପିଲା ସେସବୁ ପଢ଼ିବେ ଓ ଶିକ୍ଷକମାନେ ତଦାରଖ କରିବେ।ଦିନ ତାପମାତ୍ରାରେ ଅତ୍ୟାଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ରାଜ୍ୟର କେତେକ ସହରର ତାପମାତ୍ରା ଦେଶର ସର୍ବାଧିକ ତାପମାତ୍ରା ରହୁଥିବା ସହରମାନଙ୍କ ତାଲିକାରେ ରହୁଛି । ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp